ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା/भाजपा को झटका

ଭୂବନେଶ୍ୱର/ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ସୂଚନା ମିଳିଛି।

ଅନ୍ୟପଟେ, ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି । ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button
Latest